9କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ?
10ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।
11ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।
12ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।