ଗୀତସଂହିତା 60

ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।

Psalm 60:3 (UKJV) You have showed your people hard things: you have made us to drink the wine of astonishment.

1ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର।

2ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳଟଳ ହେଉଅଛି।

3ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।

4ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। [ସେଲା]

5ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.