ଗୀତସଂହିତା 60

କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ?

Psalm 60:9 (UKJV) Who will bring me into the strong city? who will lead me into Edom?

7ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ଡ।

8ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚଧ୍ୱନି କର।”

9କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ?

10ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।

11ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.