ଗୀତସଂହିତା 62

ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।

Psalm 62:1 (UKJV) Truly my soul waits upon God: from him comes my salvation.

1ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।

2କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।

3ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.