8ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]
9ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।
10ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।
11ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ୱରଙ୍କର ଅଟଇ।
12ଆହୁରି, ହେ ପ୍ରଭୋ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।