ଗୀତସଂହିତା 62

କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।

Psalm 62:2 (UKJV) He only is my rock and my salvation; he is my defence; I shall not be greatly moved.

1ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।

2କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।

3ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ?

4ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। [ସେଲା]

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.