ଗୀତସଂହିତା 62

ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ୱରଙ୍କଠାରେ ଅଛି; ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି।

Psalm 62:7 (UKJV) In God is my salvation and my glory: the rock of my strength, and my refuge, is in God.

5ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।

6କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।

7ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ୱରଙ୍କଠାରେ ଅଛି; ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି।

8ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]

9ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.