ଗୀତସଂହିତା 63

କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।

Psalm 63:3 (UKJV) Because your loving kindness is better than life, my lips shall praise you.

1ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ।

2ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।

3କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।

4ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;

5ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.