2କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ;
3ସେମାନେ ଖଡ୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି
4ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ।
5ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖିବ?”
6ସେମାନେ ଅଧର୍ମ କଳ୍ପନା କରନ୍ତି; “ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର।