1ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ।
2ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ।
3ଅପରାଧ ମୋʼ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ।
4ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।