1ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। [ସେଲା]
2ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ।
3ହେ ପରମେଶ୍ୱର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।