ଗୀତସଂହିତା 68

ପ୍ରଭୁ ବାକ୍ୟ ପ୍ରଦାନ କରନ୍ତି; ଶୁଭବାର୍ତ୍ତା ପ୍ରଚାରିକା ସ୍ତ୍ରୀଗଣ ମହାବାହିନୀ ଅଟନ୍ତି।

Psalm 68:11 (UKJV) The Lord gave the word: great was the company of those that published it.

9ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ।

10ତୁମ୍ଭ ସମାଜ ତହିଁ ମଧ୍ୟରେ ବାସ କଲେ; ହେ ପରମେଶ୍ୱର, ତୁମ୍ଭେ ଆପଣା ମଙ୍ଗଳ ଭାବରେ ଦୁଃଖୀମାନଙ୍କ ପାଇଁ ଆୟୋଜନ କଲ।

11ପ୍ରଭୁ ବାକ୍ୟ ପ୍ରଦାନ କରନ୍ତି; ଶୁଭବାର୍ତ୍ତା ପ୍ରଚାରିକା ସ୍ତ୍ରୀଗଣ ମହାବାହିନୀ ଅଟନ୍ତି।

12ସୈନ୍ୟଶ୍ରେଣୀର ରାଜାଗଣ ପଳାୟନ କରନ୍ତି, ସେମାନେ ପଳାୟନ କରନ୍ତି; ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରେ।

13ଯେଉଁ କପୋତର ହରିତ୍‍ ସୁବର୍ଣ୍ଣ-ମଣ୍ଡିତ ଡେଣା, ତାହାର ରୌପ୍ୟ-ମଣ୍ଡିତ ପରସବୁ ପରି ତୁମ୍ଭେମାନେ କି ମେଷଶାଳା ମଧ୍ୟରେ ଶୟନ କରିବ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.