13ଯେଉଁ କପୋତର ହରିତ୍ ସୁବର୍ଣ୍ଣ-ମଣ୍ଡିତ ଡେଣା, ତାହାର ରୌପ୍ୟ-ମଣ୍ଡିତ ପରସବୁ ପରି ତୁମ୍ଭେମାନେ କି ମେଷଶାଳା ମଧ୍ୟରେ ଶୟନ କରିବ?
14ସଲମୋନ୍ରେ ହିମପାତ ବେଳେ ଯେପରି, ସର୍ବଶକ୍ତିମାନ ଦେଶରେ ରାଜାମାନଙ୍କୁ ଛିନ୍ନଭିନ୍ନ କଲା ବେଳେ ସେପରି ହେଲା।
15ବାଶନର ପର୍ବତ ପରମେଶ୍ୱରଙ୍କ ପର୍ବତ; ବାଶନର ପର୍ବତ ଏକ ଉଚ୍ଚ ପର୍ବତ।
16ହେ ଉଚ୍ଚ ପର୍ବତଗଣ, ପରମେଶ୍ୱର ଆପଣା ନିବାସ ନିମନ୍ତେ ଯେଉଁ ପର୍ବତ ବାଞ୍ଛା କରିଅଛନ୍ତି, ତହିଁ ପ୍ରତି ତୁମ୍ଭେମାନେ କାହିଁକି କୁଟିଳ ଦୃଷ୍ଟି କରୁଅଛ? ଅବଶ୍ୟ ସଦାପ୍ରଭୁ ତହିଁରେ ସଦାକାଳ ବାସ କରିବେ।
17ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।