ଗୀତସଂହିତା 68

ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ୱର ଆମ୍ଭମାନଙ୍କର ପରିତ୍ରାଣ। [ସେଲା]

Psalm 68:19 (UKJV) Blessed be the Lord, who daily loads us with benefits, even the God of our salvation. Selah.

17ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।

18ତୁମ୍ଭେ ଊର୍ଦ୍ଧ୍ୱରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ; ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, ହଁ, ଯେପରି ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ, ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ।

19ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ୱର ଆମ୍ଭମାନଙ୍କର ପରିତ୍ରାଣ। [ସେଲା]

20ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଉଦ୍ଧାରସାଧକ ପରମେଶ୍ୱର ଅଟନ୍ତି; ଓ ମୃତ୍ୟୁୁରୁ ରକ୍ଷା ଯିହୋବାଃ ପ୍ରଭୁଙ୍କର ଅଧୀନ।

21ମାତ୍ର ପରମେଶ୍ୱର ଆପଣା ଶତ୍ରୁମାନଙ୍କ ମସ୍ତକ ଓ ଯେଉଁ ଜନ ନିଜ ଅପରାଧରେ ଅଗ୍ରସର, ତାହାର କେଶଯୁକ୍ତ କପାଳ ବିନ୍ଧି ପକାଇବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.