ଗୀତସଂହିତା 68

ଯେପରି ଧୂମ ଚାଳିତ ହୁଏ, ସେହିପରି ସେମାନଙ୍କୁ ଚଳାଅ; ଯେପରି ଅଗ୍ନି ସମ୍ମୁଖରେ ମହମ ତରଳି ଯାଏ, ସେହିପରି ପରମେଶ୍ୱରଙ୍କ ସାକ୍ଷାତରେ ଦୁଷ୍ଟମାନେ ବିନଷ୍ଟ ହେଉନ୍ତୁ।

Psalm 68:2 (UKJV) As smoke is driven away, so drive them away: as wax melts before the fire, so let the wicked perish at the presence of God.

1ପରମେଶ୍ୱର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ।

2ଯେପରି ଧୂମ ଚାଳିତ ହୁଏ, ସେହିପରି ସେମାନଙ୍କୁ ଚଳାଅ; ଯେପରି ଅଗ୍ନି ସମ୍ମୁଖରେ ମହମ ତରଳି ଯାଏ, ସେହିପରି ପରମେଶ୍ୱରଙ୍କ ସାକ୍ଷାତରେ ଦୁଷ୍ଟମାନେ ବିନଷ୍ଟ ହେଉନ୍ତୁ।

3ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁ; ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଉଲ୍ଲାସ କରନ୍ତୁ; ହଁ, ସେମାନେ ଆନନ୍ଦରେ ପ୍ରଫୁଲ୍ଲ ହେଉନ୍ତୁ।

4ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.