ଗୀତସଂହିତା 68

ତୁମ୍ଭେମାନେ ପରମେଶ୍ୱରଙ୍କ ପରାକ୍ରମ କୀର୍ତ୍ତନ କର; ତାହାଙ୍କ ମହିମା ଇସ୍ରାଏଲ ଉପରେ ଓ ତାହାଙ୍କ ପରାକ୍ରମ ଆକାଶମଣ୍ଡଳରେ ରହିଅଛି।

Psalm 68:34 (UKJV) Ascribe all of you strength unto God: his excellency is over Israel, and his strength is in the clouds.

32ହେ ପୃଥିବୀସ୍ଥ ରାଜ୍ୟସମୂହ, ତୁମ୍ଭେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର; ପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; [ସେଲା]

33ଯେ ଆଦିକାଳୀନ ଉଚ୍ଚତମ ସ୍ୱର୍ଗରେ ଆରୋହଣ କରନ୍ତି, ତାହାଙ୍କ ଉଦ୍ଦେଶ୍ୟରେ ଗାନ କର; ଦେଖ, ସେ ଆପଣା ରବ, ବିକ୍ରମପୂର୍ଣ୍ଣ ରବ ଉଚ୍ଚାରଣ କରନ୍ତି।

34ତୁମ୍ଭେମାନେ ପରମେଶ୍ୱରଙ୍କ ପରାକ୍ରମ କୀର୍ତ୍ତନ କର; ତାହାଙ୍କ ମହିମା ଇସ୍ରାଏଲ ଉପରେ ଓ ତାହାଙ୍କ ପରାକ୍ରମ ଆକାଶମଣ୍ଡଳରେ ରହିଅଛି।

35ହେ ପରମେଶ୍ୱର, ତୁମ୍ଭେ ଆପଣା ପବିତ୍ର ଧାମରେ ଭୟଙ୍କର ଅଟ; ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବଳ ଓ ପରାକ୍ରମ ଦିଅନ୍ତି। ପରମେଶ୍ୱର ଧନ୍ୟ ହେଉନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.