ଗୀତସଂହିତା 68

ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, [ସେଲା]

Psalm 68:7 (UKJV) O God, when you went forth before your people, when you did march through the wilderness; Selah:

5ପରମେଶ୍ୱର ଆପଣା ପବିତ୍ର ବାସ ସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା ଅଟନ୍ତି।

6ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କ ଭୂମିରେ ବାସ କରନ୍ତି।

7ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, [ସେଲା]

8ପୃଥିବୀ କମ୍ପିଲା, ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା।

9ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.