ଗୀତସଂହିତା 69

ହେ ପରମେଶ୍ୱର, ମୋତେ ପରିତ୍ରାଣ କର; କାରଣ ମୋʼ ବେକ ପର୍ଯ୍ୟନ୍ତ ଜଳରାଶି ଆସିଅଛି।

Psalm 69:1 (UKJV) Save me, O God; for the waters are come in unto my soul.

1ହେ ପରମେଶ୍ୱର, ମୋତେ ପରିତ୍ରାଣ କର; କାରଣ ମୋʼ ବେକ ପର୍ଯ୍ୟନ୍ତ ଜଳରାଶି ଆସିଅଛି।

2ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି।

3ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.