ଗୀତସଂହିତା 69

ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା।

Psalm 69:10 (UKJV) When I wept, and chastened my soul with fasting, that was to my reproach.

8ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି।

9କାରଣ ତୁମ୍ଭ ଗୃହବିଷୟକ ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି।

10ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା।

11ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ୱରୂପ ହେଲି।

12ନଗର-ଦ୍ୱାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.