11ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ୱରୂପ ହେଲି।
12ନଗର-ଦ୍ୱାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି।
13ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।
14ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ।
15ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ ନ କରୁ।