23ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର।
24ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳିଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ଡତା ସେମାନଙ୍କୁ ଧରୁ।
25ସେମାନଙ୍କର ବସତି ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ବୁରେ କେହି ବାସ ନ କରୁ।
26କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିଙ୍କୁ ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି।
27ସେମାନଙ୍କ ଅପରାଧରେ ଅପରାଧ ଯୋଗ କର ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ।