33କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।
34ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।
35କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ।
36ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।