3ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।
4ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।
5ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ।
6ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣକାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ।
7କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି।