5ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ।
6ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣକାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ।
7କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି।
8ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି।
9କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି।