ଗୀତସଂହିତା 7

ଯଦି କୌଣସି ମନୁଷ୍ୟ ନ ଫେରିବ, ତେବେ ସେ ଆପଣା ଖଡ୍ଗ ଶାଣିତ କରିବେ; ସେ ଆପଣା ଧନୁ ନୁଆଁଇ ପ୍ରସ୍ତୁତ କରିଅଛନ୍ତି।

Psalm 7:12 (UKJV) If he turn not, he will sharpen his sword; he has bent his bow, and made it ready.

10ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି।

11ପରମେଶ୍ୱର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ୱର।

12ଯଦି କୌଣସି ମନୁଷ୍ୟ ନ ଫେରିବ, ତେବେ ସେ ଆପଣା ଖଡ୍ଗ ଶାଣିତ କରିବେ; ସେ ଆପଣା ଧନୁ ନୁଆଁଇ ପ୍ରସ୍ତୁତ କରିଅଛନ୍ତି।

13ସେ ମଧ୍ୟ ତାହା ପାଇଁ ମୃତ୍ୟୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି; ସେ ଆପଣା ତୀରସବୁ ଅଗ୍ନିର ତୀର କରିଅଛନ୍ତି।

14ଦେଖ, ସେ ଅଧର୍ମରୂପ ପ୍ରସବବେଦନାରେ ଆକ୍ରାନ୍ତ ହେଉଅଛି; ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.