14ଦେଖ, ସେ ଅଧର୍ମରୂପ ପ୍ରସବବେଦନାରେ ଆକ୍ରାନ୍ତ ହେଉଅଛି; ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା।
15ସେ କୂପ ଖୋଳି ଗଭୀର କରିଅଛି, ପୁଣି, ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛି।
16ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ ଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ଡରେ ପଡ଼ିବ।
17ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି।