1ହେ ସଦାପ୍ରଭୋ ମୋʼ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋʼ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର,
2ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ଡ ଖଣ୍ଡ କରିବ, ଉଦ୍ଧାର କରିବାକୁ କେହି ନ ଥିବ।
3ହେ ସଦାପ୍ରଭୋ ମୋହର ପରମେଶ୍ୱର, ଯଦି ମୁଁ ଏହା କରିଥାଏ, ଯଦି ମୋʼ ହସ୍ତରେ ଅଧର୍ମ ଥାଏ;
4ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି);