ଗୀତସଂହିତା 7

ହେ ସଦାପ୍ରଭୋ ମୋହର ପରମେଶ୍ୱର, ଯଦି ମୁଁ ଏହା କରିଥାଏ, ଯଦି ମୋʼ ହସ୍ତରେ ଅଧର୍ମ ଥାଏ;

Psalm 7:3 (UKJV) O LORD my God, If I have done this; if there be iniquity in my hands;

1ହେ ସଦାପ୍ରଭୋ ମୋʼ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋʼ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର,

2ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ଡ ଖଣ୍ଡ କରିବ, ଉଦ୍ଧାର କରିବାକୁ କେହି ନ ଥିବ।

3ହେ ସଦାପ୍ରଭୋ ମୋହର ପରମେଶ୍ୱର, ଯଦି ମୁଁ ଏହା କରିଥାଏ, ଯଦି ମୋʼ ହସ୍ତରେ ଅଧର୍ମ ଥାଏ;

4ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି);

5ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; ଆହୁରି, ସେ ମୋʼ ଜୀବନକୁ ଭୂମିରେ ଦଳି ପକାଉ, ପୁଣି, ମୋʼ ଗୌରବକୁ ଧୂଳିସାତ୍‍ କରୁ। [ସେଲା]

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.