3ହେ ସଦାପ୍ରଭୋ ମୋହର ପରମେଶ୍ୱର, ଯଦି ମୁଁ ଏହା କରିଥାଏ, ଯଦି ମୋʼ ହସ୍ତରେ ଅଧର୍ମ ଥାଏ;
4ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି);
5ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; ଆହୁରି, ସେ ମୋʼ ଜୀବନକୁ ଭୂମିରେ ଦଳି ପକାଉ, ପୁଣି, ମୋʼ ଗୌରବକୁ ଧୂଳିସାତ୍ କରୁ। [ସେଲା]
6ହେ ସଦାପ୍ରଭୋ, ଆପଣା କ୍ରୋଧରେ ଉଠ, ମୋʼ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋʼ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟବିଚାର କର।
7ଗୋଷ୍ଠୀୟମାନଙ୍କ ମଣ୍ଡଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁ; ଆଉ, ତୁମ୍ଭେ ସେମାନଙ୍କ ଉପରେ ଊର୍ଦ୍ଧ୍ୱକୁ ପ୍ରତ୍ୟାଗମନ କର।