ଗୀତସଂହିତା 7

ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୋ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର।

Psalm 7:8 (UKJV) The LORD shall judge the people: judge me, O LORD, according to my righteousness, and according to mine integrity that is in me.

6ହେ ସଦାପ୍ରଭୋ, ଆପଣା କ୍ରୋଧରେ ଉଠ, ମୋʼ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋʼ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟବିଚାର କର।

7ଗୋଷ୍ଠୀୟମାନଙ୍କ ମଣ୍ଡଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁ; ଆଉ, ତୁମ୍ଭେ ସେମାନଙ୍କ ଉପରେ ଊର୍ଦ୍ଧ୍ୱକୁ ପ୍ରତ୍ୟାଗମନ କର।

8ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୋ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର।

9ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି।

10ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.