1ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; ହେ ସଦାପ୍ରଭୋ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ।
2ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରିଯାଇ ଅପମାନିତ ହେଉନ୍ତୁ।
3ଯେଉଁମାନେ “ହଁ, ହଁ” ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ।