9ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ।
10କାରଣ ମୋହର ଶତ୍ରୁଗଣ ମୋʼ ବିଷୟରେ କଥା କହନ୍ତି ଓ ମୋʼ ପ୍ରାଣ ପାଇଁ ଜଗିବା ଲୋକମାନେ ଏକତ୍ର ମନ୍ତ୍ରଣା କରି କହନ୍ତି ଯେ,
11ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ।
12ହେ ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।
13ମୋʼ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ।