ଗୀତସଂହିତା 71

ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋʼ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର।

Psalm 71:2 (UKJV) Deliver me in your righteousness, and cause me to escape: incline yours ear unto me, and save me.

1ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ।

2ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋʼ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର।

3ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ।

4ହେ ମୋହର ପରମେଶ୍ୱର, ଦୁଷ୍ଟ ଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.