ଗୀତସଂହିତା 71

ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।

Psalm 71:20 (UKJV) You, which have showed me great and sore troubles, shall restore life in me again, and shall bring me up again from the depths of the earth.

18ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁ ବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।

19ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ୱର, ତୁମ୍ଭ ତୁଲ୍ୟ କିଏ ଅଛି?

20ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।

21ତୁମ୍ଭେ ମୋହର ମହତ୍ତ୍ୱ ବଢ଼ାଅ ଓ ଫେରି ମୋତେ ସାନ୍ତ୍ୱନା ଦିଅ।

22ହେ ମୋହର ପରମେଶ୍ୱର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, ଅର୍ଥାତ୍‍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; ହେ ଇସ୍ରାଏଲର ଧର୍ମସ୍ୱରୂପ, ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.