5କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା; ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି।
6ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ।
7ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ୱରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ।
8ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ସାରାଦିନ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ।
9ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ।