ଗୀତସଂହିତା 72

ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।

Psalm 72:11 (UKJV) Yea, all kings shall fall down before him: all nations shall serve him.

9ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।

10ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟି ଦାନ କରିବେ।

11ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।

12କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।

13ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.