ଗୀତସଂହିତା 72

ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।

Psalm 72:2 (UKJV) He shall judge your people with righteousness, and your poor with judgment.

1ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର।

2ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।

3ଧର୍ମ ଦ୍ୱାରା ପର୍ବତଗଣ ଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ।

4ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.