11ଆଉ, ସେମାନେ କହନ୍ତି, “ପରମେଶ୍ୱର କିପରି ଜାଣିବେ? ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି?”
12ଦେଖ, ଏମାନେ ଦୁଷ୍ଟ ଲୋକ; ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି।
13ନିଶ୍ଚୟ ମୁଁ ବ୍ୟର୍ଥରେ ଆପଣା ଅନ୍ତଃକରଣ ଶୁଚି କରିଅଛି ଓ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରିଅଛି;
14କାରଣ ମୁଁ ଦିନସାରା ଆଘାତ ଓ ପ୍ରତି ପ୍ରଭାତ ଶାସ୍ତି ପ୍ରାପ୍ତ ହୋଇଅଛି।
15“ଏରୂପ କହିବି” ବୋଲି ଯଦି ମୁଁ କହିଥାʼନ୍ତି ତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ୱାସଘାତକତା କରିଥାʼନ୍ତି।