13ନିଶ୍ଚୟ ମୁଁ ବ୍ୟର୍ଥରେ ଆପଣା ଅନ୍ତଃକରଣ ଶୁଚି କରିଅଛି ଓ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରିଅଛି;
14କାରଣ ମୁଁ ଦିନସାରା ଆଘାତ ଓ ପ୍ରତି ପ୍ରଭାତ ଶାସ୍ତି ପ୍ରାପ୍ତ ହୋଇଅଛି।
15“ଏରୂପ କହିବି” ବୋଲି ଯଦି ମୁଁ କହିଥାʼନ୍ତି ତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ୱାସଘାତକତା କରିଥାʼନ୍ତି।
16ମୁଁ ତାହା କିରୂପେ ଜାଣିବି ବୋଲି ଭାବନା କଲା ବେଳେ ମୋʼ ପ୍ରତି ତାହା ଅତି କଷ୍ଟକର ହେଲା;
17ଶେଷରେ ମୁଁ ପରମେଶ୍ୱରଙ୍କ ଧର୍ମଧାମକୁ ଗଲି ଓ ସେମାନଙ୍କର ଶେଷ ଫଳ ବିବେଚନା କଲି।