ଗୀତସଂହିତା 73

ମାତ୍ର ମୋହର ଚରଣ ପ୍ରାୟ ଟଳିଗଲା; ମୋହର ପାଦବିକ୍ଷେପ ପ୍ରାୟ ଖସିଗଲା।

Psalm 73:2 (UKJV) But as for me, my feet were almost gone; my steps had well nigh slipped.

1ପରମେଶ୍ୱର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃକରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ୱରୂପ ଅଟନ୍ତି।

2ମାତ୍ର ମୋହର ଚରଣ ପ୍ରାୟ ଟଳିଗଲା; ମୋହର ପାଦବିକ୍ଷେପ ପ୍ରାୟ ଖସିଗଲା।

3କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖି ଦାମ୍ଭିକମାନଙ୍କ ପ୍ରତି ଈର୍ଷାନ୍ୱିତ ହେଲି।

4ଯେହେତୁ ସେମାନଙ୍କ ମରଣରେ କୌଣସି ବନ୍ଧନ ନାହିଁ; ମାତ୍ର ସେମାନଙ୍କ ବଳ ଦୃଢ଼ ଥାଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.