ଗୀତସଂହିତା 73

ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା।

Psalm 73:21 (UKJV) Thus my heart was grieved, and I was pricked in my reins.

19ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।

20ନିଦ୍ରାରୁ ଜାଗ୍ରତ ହେଲା ଉତ୍ତାରେ ଯେପରି ସ୍ୱପ୍ନ, ସେପରି, ହେ ପ୍ରଭୋ, ତୁମ୍ଭେ ଜାଗ୍ରତ ହେଲେ, ସେମାନଙ୍କ ମୂର୍ତ୍ତିକୁ ତୁଚ୍ଛଜ୍ଞାନ କରିବ।

21ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା।

22ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ, ମୁଁ ତୁମ୍ଭ ସାକ୍ଷାତରେ ପଶୁ ପରି ଥିଲି।

23ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି; ତୁମ୍ଭେ ମୋହର ଦକ୍ଷିଣ ହସ୍ତ ଧରିଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.