ଗୀତସଂହିତା 73

ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ, ମୁଁ ତୁମ୍ଭ ସାକ୍ଷାତରେ ପଶୁ ପରି ଥିଲି।

Psalm 73:22 (UKJV) So foolish was I, and ignorant: I was as a beast before you.

20ନିଦ୍ରାରୁ ଜାଗ୍ରତ ହେଲା ଉତ୍ତାରେ ଯେପରି ସ୍ୱପ୍ନ, ସେପରି, ହେ ପ୍ରଭୋ, ତୁମ୍ଭେ ଜାଗ୍ରତ ହେଲେ, ସେମାନଙ୍କ ମୂର୍ତ୍ତିକୁ ତୁଚ୍ଛଜ୍ଞାନ କରିବ।

21ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା।

22ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ, ମୁଁ ତୁମ୍ଭ ସାକ୍ଷାତରେ ପଶୁ ପରି ଥିଲି।

23ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି; ତୁମ୍ଭେ ମୋହର ଦକ୍ଷିଣ ହସ୍ତ ଧରିଅଛ।

24ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.