ଗୀତସଂହିତା 73

ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି; ତୁମ୍ଭେ ମୋହର ଦକ୍ଷିଣ ହସ୍ତ ଧରିଅଛ।

Psalm 73:23 (UKJV) Nevertheless I am continually with you: you have held me by my right hand.

21ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା।

22ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ, ମୁଁ ତୁମ୍ଭ ସାକ୍ଷାତରେ ପଶୁ ପରି ଥିଲି।

23ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି; ତୁମ୍ଭେ ମୋହର ଦକ୍ଷିଣ ହସ୍ତ ଧରିଅଛ।

24ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।

25ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.