ଗୀତସଂହିତା 73

ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।

Psalm 73:25 (UKJV) Whom have I in heaven but you? and there is none upon earth that I desire beside you.

23ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି; ତୁମ୍ଭେ ମୋହର ଦକ୍ଷିଣ ହସ୍ତ ଧରିଅଛ।

24ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।

25ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।

26ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।

27କାରଣ ଦେଖ, ତୁମ୍ଭଠାରୁ ଦୂରରେ ଥିବା ଲୋକମାନେ ବିନଷ୍ଟ ହେବେ; ତୁମ୍ଭଙ୍କୁ ଛାଡ଼ି ବ୍ୟଭିଚାର କରିବା ଲୋକ ସମସ୍ତଙ୍କୁ ତୁମ୍ଭେ ଉଚ୍ଛିନ୍ନ କରିଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.