10ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ?
11ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ? ଆପଣା ବକ୍ଷସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର।
12ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ୱର ପୂର୍ବରୁ ଆମ୍ଭର ରାଜା ଅଟନ୍ତି।
13ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;
14ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।