ଗୀତସଂହିତା 74

ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।

Psalm 74:17 (UKJV) You have set all the borders of the earth: you have made summer and winter.

15ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ।

16ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।

17ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।

18ହେ ସଦାପ୍ରଭୋ, ଶତ୍ରୁ ଧିକ୍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର।

19ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.