ଗୀତସଂହିତା 74

ହେ ପରମେଶ୍ୱର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ସାରାଦିନ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର।

Psalm 74:22 (UKJV) Arise, O God, plead yours own cause: remember how the foolish man reproaches you daily.

20ନିୟମ ପ୍ରତି ଦୃଷ୍ଟି ରଖ; କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ।

21ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉ! ଦରିଦ୍ର ଓ ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ।

22ହେ ପରମେଶ୍ୱର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ସାରାଦିନ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର।

23ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ; ତୁମ୍ଭ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କର କଳହ ନିରନ୍ତର ଉଠୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.