ଗୀତସଂହିତା 74

ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି।

Psalm 74:3 (UKJV) Lift up your feet unto the perpetual desolations; even all that the enemy has done wickedly in the sanctuary.

1ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି?

2ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ଡଳୀକୁ ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର।

3ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି।

4ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ୱଜା ସ୍ଥାପନ କରିଅଛନ୍ତି।

5ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖାଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.