ଗୀତସଂହିତା 74

ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ୱାରା ଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି।

Psalm 74:6 (UKJV) But now they break down the carved work thereof at once with axes and hammers.

4ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ୱଜା ସ୍ଥାପନ କରିଅଛନ୍ତି।

5ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖାଗଲେ।

6ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ୱାରା ଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି।

7ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍‍ କରିଅଛନ୍ତି।

8ସେମାନେ ମନେ ମନେ କହିଲେ, “ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ;” ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.