ଗୀତସଂହିତା 75

ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। [ସେଲା]

Psalm 75:3 (UKJV) The earth and all the inhabitants thereof are dissolved: I bear up the pillars of it. Selah.

1ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରନ୍ତି।

2ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା।

3ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। [ସେଲା]

4ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,” ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ;

5ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ୱକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.